ବରଗଡ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଶହୀଦ ଦିବସ ଏବଂ ସଂକଳ୍ପ ପରିବାରର ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ବୀର ଯବାନଙ୍କ ସ୍ମୃତିରେ ବରଗଡ ସଂକଳ୍ପ ପରିବାର ତରଫରୁ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ କରାଯାଇଛି ।
ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ରକ୍ତଦାନ ଶିବିରର ଶୁଭାରମ୍ଭ କରଯାଇଥିଲା । ବରଗଡ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂକଳ୍ପ ପରିବାରର ଏହି କାର୍ଯ୍ୟକ୍ରମକୁ ପ୍ରସଂଶା କରିବା ସହ ଶହୀଦ ଯବାନ ମାନେ ଆଗାମୀ ପୀଢି ପାଇଁ ଆଦର୍ଶ ହେବେ ବୋଲି ମତ ଦେଇଥିଲେ ।
ବରଗଡରୁ ରାଜେଶ ସରାପ, ଇଟିଭି ଭାରତ