ETV Bharat / state

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତ

author img

By

Published : Nov 11, 2021, 7:11 AM IST

Updated : Nov 11, 2021, 9:22 AM IST

ଆସନ୍ତା ୧୩ରେ ବରଗଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । 295 କୋଟି 9 ଲକ୍ଷ ଟଙ୍କାର ଜନକଲ୍ୟାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନର କର୍ଯ୍ୟକ୍ରମ ରହିଛି । ଅଧିକ ପଢନ୍ତୁ...

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତ
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତ

ବରଗଡ: ଆସନ୍ତା ୧୩ରେ ବରଗଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାସ । ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିଜେପୁର ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିବାକୁ ଥିବା ବେଳେ 150 ଗୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନର କାର୍ଯ୍ୟକ୍ରମ ରହିଛି । ତେବେ ମୋଟ 295 କୋଟି 9 ଲକ୍ଷ ଟଙ୍କାର ଜନକଲ୍ୟାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ ହେବା ନେଇ ବରଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତ

ତେବେ ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବା ବେଳେ ଏହା ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ଗସ୍ତ ବୋଲି କୁହାଯାଉଛି । କୋଭିଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ବାଚନୀ ଗସ୍ତରେ ପେଣ୍ଡାଲ ନିକଟକୁ ଯାଇ ସାମ୍ବାଦିକ ମାନଙ୍କୁ ଖବର ସଂଗ୍ରହ କରିବା ଉପରେ କଟକଣା ଲଗାଯାଇଛି । ଏନେଇ ଗତକାଲି DRDA ହଲ ଠାରେ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଏହି କାର୍ଯ୍ୟକ୍ରମକୁ ଯିବାକୁ ହେଲେ ଆଜି ସ୍ଥାନୀୟ ଆନନ୍ଦ ମଣ୍ଡପ ଠାରେ ସାମ୍ବାଦିକଙ୍କ ଆରଟିପିସିଆର (RTPCR) ଟେଷ୍ଟ କରାଯିବ । ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିବା ସାମ୍ବାଦିକ କିମ୍ବା ଫଟୋ ସାମ୍ବାଦିକ ମୁଖ୍ୟମନ୍ତ୍ରୀଙ୍କ ଖବର ସଂଗ୍ରହ କରିପାରିବେ ବୋଲି ସୂଚନା ଦିଆଯାଇଛି ।

ବରଗଡରୁ ରାଜେଶ ସରାପ, ଇଟିଭି ଭାରତ

Last Updated : Nov 11, 2021, 9:22 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.