ETV Bharat / state

BSKY ରେ ସାମିଲ ବରଗଡ଼, ୩୦୦ କୋଟିର ପ୍ରକଳ୍ପ ଭେଟି ଦେଲେ ନବୀନ

author img

By

Published : Nov 13, 2021, 1:05 PM IST

Updated : Nov 13, 2021, 5:47 PM IST

ବରଗଡ଼ର ବିଜେପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । BSKY କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ବଡ ଘୋଷଣା । ଜିଲ୍ଲାକୁ ଭେଟି ଦେଲେ ୨୯୫ କୋଟି ଟଙ୍କାର ପ୍ରକଳ୍ପ । ଅଧିକ ପଢନ୍ତୁ...

ବିଜେପୁରରେ ମୁଖ୍ୟମନ୍ତ୍ରୀ: ବରଗଡ଼କୁ ଭେଟି ଦେଲେ ୨୯୫ କୋଟିର ପ୍ରକଳ୍ପ

ବରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ଶନିବାର) ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

BSKY ରେ ସାମିଲ ବରଗଡ଼, ୨୯୫ କୋଟିର ପ୍ରକଳ୍ପ ଭେଟି ଦେଲେ ନବୀନ

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ, ମୂଲିଆ ହେଉ ଅବା ରିକ୍‌ସା ବାଲା- ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଜେପୁର ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦବୋଧନ ଦେଇଛନ୍ତି । ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ସେମାନେ ଆଲୋକପାତ କରିଛନ୍ତି । ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଛନ୍ତି । ଏହି ଯୋଜନା ଦ୍ବାରା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି । ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ସ୍ବାଗତ ଭାଷଣ ଦେଇଥିବାବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଧନ୍ୟବାଦ ଅର୍ପଣ କରିଛନ୍ତି ।

ବରଗଡରେ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ:-

ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏଥିରେ ରହିଛି ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ । ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଜିଲ୍ଲାର ବିଜେପୁରରେ ୧୫୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବା ସହିତ ଖୁବଶୀଘ୍ର ଏହାର ଉଦଘାଟନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ପାଇକମାଳ ନୃସିଂହନାଥ ମନ୍ଦିରର ବିକାଶ ପାଇଁ ୪୨.୫୫ କୋଟି ଟଙ୍କା ଦିଆଯିବ । ଜିଲ୍ଲାର କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ପାଇଁ ଖର୍ଚ୍ଚ ହେବ ୯୦.୨୭ କୋଟି ଟଙ୍କା । ମିସନ ଶକ୍ତି ଭବନ ପ୍ରତିଷ୍ଠା ପାଇଁ ୧୫୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସୂଚନା ମିଳିଛି ।

ବରଗଡର ଚାଷୀ ଓ ବୁଣାକାରଙ୍କ ଦକ୍ଷତାକୁ ମୋର ପ୍ରଣାମ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଛନ୍ତି ।

ବରଗଡ଼ରୁ ରାଜେଶ ସରାପ ଓ ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 13, 2021, 5:47 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.