ETV Bharat / state

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ

ପରଲୋକଙ୍କ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ
ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ
author img

By

Published : Mar 27, 2022, 1:59 PM IST

Updated : Mar 27, 2022, 2:27 PM IST

ବରଗଡ: ପରଲୋକଙ୍କ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍(Former Minister Ripunath Seth passes away) । ବରଗଡ଼ ଜିଲ୍ଲାର ପୂର୍ବତନ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କର ହୃଦଘାତରେ ଆଜି(ରବିବାର) ମୃତ୍ୟୁ ହୋଇଛି । 64 ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ରିପୁନାଥ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ ଏବଂ ପରିବାର ଲୋକେ ତାଙ୍କୁ ପ୍ରଥମେ ବରପାଲି ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ ଓ ପରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି ।

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ

ବିଜେପୁର ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଦଳର ପୂର୍ବତନ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ଥିଲେ ରିପୁନାଥ ସେଠ୍ । ବରଗଡ଼ ଜିଲ୍ଲା ବରପାଲି ନିବାସୀ ସ୍ବର୍ଗତ ରିପୁନାଥ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଥିଲେ । ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଥିଲେ ।

ଶନିବାର ସେ ଗୁରୁତର ଅସୁସ୍ଥ ହୋଇପଡିଥିଲେ । ପରେ ତାଙ୍କୁ ବୁର୍ଲାର ଏକ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ତାଙ୍କ ଦେହାନ୍ତରେ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।

ବରଗଡରୁ ରାଜେଶ ସରାପ୍, ଇଟିଭି ଭାରତ

Last Updated : Mar 27, 2022, 2:27 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.