ଭଦ୍ରକ: ମେଡିକାଲ ପରିସରରେ ଦୁର୍ଘଟଣା । ମେଡିକାଲ କାମରେ ନିୟୋଜିତ ବୋଲେରୋ ଗାଡ଼ି ଦେଲା ଧକ୍କା । ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଆଗରପଡ଼ା ମେଡିକାଲ ପରିସରରେ ।
ମେଡିକାଲ କାମରେ ନିୟୋଜିତ ବୋଲେରୋରୁ ମେଡ଼ିସିନ ଅନଲୋଡ ବେଳେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ତେବେ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଶ୍ରୀଧର ଲେଙ୍କାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ୨ ଜଣଙ୍କ ମଧ୍ୟରେ ଗୋଟିଏ ୧ ବର୍ଷର ଶିଶୁ ରହିଥିବାବେଳେ ଆଉଜଣେ ମହିଳା ରହିଛନ୍ତି । ଉଭୟଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଦୁର୍ଘଟଣା ଘଟିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।
ଇଟିଭି ଭାରତ, ଭଦ୍ରକ