ଭଦ୍ରକ: ରାଜ୍ୟରେ କୋରୋନା ମାମଲା ଥମିବାର ନାମ ନେଉନଥିବା ବେଳେ ରବିବାର ଭଦ୍ରକରୁ 10 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 522ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 372 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 148 ଜଣ ଆକ୍ରାନ୍ତ ଏବେବି ଚିକିତ୍ସିତ ହେଉଛନ୍ତି।
ରବିବାର ଚିହ୍ନଟ 10 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 5 ଜଣ କ୍ୱାରେଣ୍ଟିନରେ ଥିବାବେଳେ 5 ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି। ଯାହା ବର୍ତ୍ତମାନ ପ୍ରଶାସନର ମୁଣ୍ଡବ୍ୟଥାର କାରଣ ପାଲଟିଛି । ଅଦ୍ୟାବଧି ଜିଲ୍ଲାରୁ ମୋଟ 16270 ଟି ନମୁନା ପରୀକ୍ଷା କରାଯାଇଥିବା ସୂଚନା ମିଳିଛି। ଏନେଇ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ