ETV Bharat / state

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ବିବାଦ

author img

By

Published : Jul 2, 2022, 7:52 AM IST

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ବଚସା । ଭଦ୍ରକ ଜିଲ୍ଲା ପୀରହାଟ ଥାନା ଅଧୀନ କାଚରାସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ ହୋଇଥିଲା । ଅଧିକ ପଢନ୍ତୁ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ବିବାଦ
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ବିବାଦ

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ବଚସା । ଭଦ୍ରକ ଜିଲ୍ଲା ପୀରହାଟ ଥାନା ଅଧୀନ କାଚରାସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ ହୋଇଥିଲା । କାଚରାସାହିର ରବିନ୍ଦ୍ର ସାହୁ ଓ ଶ୍ୟାମସୁନ୍ଦର ସାହୁ୍ଙ୍କ ମଧ୍ୟରେ ବିଗତ କିଛି ଦିନ ହେବ ବିବାଦ ଲାଗି ରହିଥିଲା । ବିବାଦ ଫଳରେ ଉଭୟଙ୍କ ତରଫରୁ ଥାନାରେ ମଧ୍ୟ ଏତଲା ଦିଆଯାଇଥିଲା ।

ଘଟଣା ସମ୍ପର୍କରେ ପୋଲିସ ବୁଝାସୁଝା ମଧ୍ୟ କରିଥିଲା । ହେଲେ ପରବର୍ତ୍ତୀ ସମୟରେ କୌଣସି କାରଣରୁ ଉଭୟ ପକ୍ଷରୁ ପୁଣି ବିବାଦ ସୃଷ୍ଟି ହେବା ସହ ଏହା ଉଗ୍ରରୂପ ନେଇଥିଲା । ଏଥିରେ 6 ଜଣ ଗୁରୁତର ଭାବେ ଆହତ ହୋଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ଗୁରୁତର ଆହତ ମାନଙ୍କୁ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପରେ ଉଭୟ ଗୋଷ୍ଠୀ ପକ୍ଷରୁ 10 ଜଣଙ୍କ ବିରୋଧରେ ଥାନାରେ ଏତଲା ଦିଆଯାଇଛି । ହେଲେ ଏନେଇ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।

ଇଟିଭି ଭାରତ, ଭଦ୍ରକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.