ଭଦ୍ରକ : ସରପଞ୍ଚ ପ୍ରୟୋଗ କଲେ ଜିଲ୍ଲାପାଳ କ୍ଷମତା । ସଂକ୍ରମଣରୁ ନିଜ ଅଞ୍ଚଳ ବାସିନ୍ଦାଙ୍କୁ ରକ୍ଷା କରିବା ପାଇଁ ନିଜ ପଞ୍ଚାୟତକୁ 3 ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି । ଯାହା ସୋମବାର ପର୍ଯ୍ୟନ୍ତ ଲାଗୁ ରହିବ ।
ସୂଚନା ଅନୁଯାୟୀ ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ସେହି ଵ୍ୟକ୍ତି ଜଣଙ୍କ ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି । ତେଣୁ ଏହା ଦ୍ବାରା ଅଧିକ ସଂକ୍ରମଣ ଆଶଙ୍କା କରି ସରପଞ୍ଚ ଜିଲ୍ଲାପାଳଙ୍କ କ୍ଷମତା ବ୍ୟବହାର କରି ଗୋବିନ୍ଦପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ସଂପୂର୍ଣ୍ଣ ସଟଡାଉନ ଘୋଷଣା କରିଛନ୍ତି ।
ଭଦ୍ରକରୁ ଦେବାଶିଷ ମହାପାତ୍ର,ଇଟିଭି ଭାରତ