ETV Bharat / state

ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଶୋଭାଯାତ୍ରା

author img

By

Published : Nov 7, 2020, 1:45 AM IST

Updated : Nov 7, 2020, 2:35 AM IST

ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ମୃତ୍ୟୁରେ ଭଦ୍ରକ ଜିଲ୍ଲା ସାମ୍ବାଦିକ ମାନଙ୍କ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା । ଅଧିକ ପଢନ୍ତୁ...

Bhadrak journalists join candle march for journalist prabir pradhan's demise
ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଦ୍ରକ: ରାଜ୍ୟର ଜଣେ ଉଦୀୟମାନ ଯୁବ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁରେ ଭଦ୍ରକ ଜିଲ୍ଲା ସାମ୍ବାଦିକ ମାନଙ୍କ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା । ବୈଦୁତିକ ଗଣମାଧ୍ୟମରେ କାର୍ଯ୍ୟରତ ଥିବା ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ କୋରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ତାଙ୍କ ମୃତ୍ୟୁରେ ଶୋକପ୍ରକାଶ କରାଯିବା ସହ ଭଦ୍ରକ ଜିଲ୍ଲାସ୍ତରୀୟ ସାମ୍ବାଦିକଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

ସାମ୍ବାଦିକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ କ୍ୟାଣ୍ଡେଲ ଶୋଭାଯାତ୍ରାରେ ବାହାରିଥିଲେ । ପ୍ରବୀର ପ୍ରଧାନ ଅମର ରହେ ସ୍ଳୋଗାନ ସହ ସହର ପରିକ୍ରମା କରି ଟାଉନହଲ ଛକ ପର୍ଯ୍ୟନ୍ତ ପହଞ୍ଚିଥିଲେ । ସ୍ବର୍ଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ୨ ମିନିଟ ନୀରବ ପ୍ରାର୍ଥନା କରିଥିଲେ ।

ପ୍ରବୀର ପ୍ରଧାନ ଢେଙ୍କାନାଳ ସ୍ଥିତ ଭାରତୀୟ ଜନସଂଚାର ସଂସ୍ଥାନରେ ସାମ୍ବାଦିକତାରେ ଶିକ୍ଷାଲାଭ କରିବା ପରେ ଏକ ପ୍ରିଣ୍ଟ ମିଡିଆରେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ସେ ବିଭିନ୍ନ ବୈଦୁତିକ ଗଣମାଧ୍ୟମରେ ସଫଳତାର ସହ କାର୍ଯ୍ୟ କରିଥିଲେ । କୋରୋନାରେ ସଂକ୍ରମିତ ହେବା ପୂର୍ବରୁ ଏକ ବୈଦୁତିକ ଗଣମାଧ୍ୟମରେ ସିନିୟର କ୍ରାଇମ ରିପୋର୍ଟର ତଥା କୋରୋନା ସମ୍ପର୍କିତ ରିପୋର୍ଟିଂରେ ଆଗଧାଡ଼ିରେ କାର୍ଯ୍ୟରତ ଥିଲେ ।

ସେ ଜଣେ ନିର୍ଭୀକ, ସଚ୍ଚୋଟ ସାମ୍ବାଦିକ ସହ ଅମାୟିକ ବ୍ୟବହାରରେ ସମସ୍ତଙ୍କୁ ନିଜର କରି ନେଉଥିଲେ । ସେ କୋରୋନା ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେସନରେ ରହି ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଶ୍ବାସକ୍ରିୟାରେ ସମସ୍ୟା ଦେଖା ଦେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା । ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ମୃତ୍ୟୁରେ ଭଦ୍ରକ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ସାମ୍ବାଦିକ ଗଭୀର ଶୋକ ପ୍ରକଟ କରିଛନ୍ତି ।

ଭଦ୍ରକରୁ ଦେବାଶିଷ ମହାପାତ୍ର ଇଟିଭି ଭାରତ

Last Updated : Nov 7, 2020, 2:35 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.