ଭଦ୍ରକ: କୋରୋନା କବଳରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ । ଖୋଦ୍ ସାଂସଦ ଟ୍ବିଟ କରି ସୂଚନା ଦେଇଛନ୍ତି । ତାଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ ତୁରନ୍ତ କୋଭିଡ୍ ପରୀକ୍ଷା ପାଇଁ ଦେଲେ ପରାମର୍ଶ। ତେବେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି।
ପ୍ରକାଶଥାଉ କି, ଶୁକ୍ରବାର ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କୋରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ