ଭଦ୍ରକ: ନୂଆବର୍ଷରେ ଭଦ୍ରକବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ନୂତନ ମେଡିକାଲ ପ୍ରତିଷ୍ଠା ହେବ ବୋଲି ଘୋଷଣା କଲେ ନବୀନ । ଏହି ଘୋଷଣା ପରେ ଜିଲ୍ଲାରେ ଆନନ୍ଦର ଲହରୀ ଖେଳିଯାଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ କୃତଜ୍ଞତା ଜାଣିଛନ୍ତି ଭଦ୍ରକ ଜିଲ୍ଲାପାଳ ଓ ବିଧାୟକ ।
ନିର୍ମାଣ ହେବାକୁ ଥିବା ଏହି ଅତ୍ୟାଧୁନିକ ମେଡିକାଲଟି 300 ଶଯ୍ୟା ବିଶିଷ୍ଟ ହେବା ସହ ଏଥିରେ ସମସ୍ତ ଅତ୍ୟାଧୁନିକ ସ୍ବାସ୍ଥ୍ୟ ସେବା ଯୋଗାଇଦେବାର ବ୍ୟବସ୍ଥା ରହିବା ଏନେଇ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ସୂଚନା ଦେଇଛନ୍ତି । ଏଥିସହ ଭଦ୍ରକବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଥିବା କହିଛନ୍ତି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ