ETV Bharat / state

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଭଦ୍ରକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ - ପ୍ରାକୃତିକ ବିପର୍ଯୟ

ମୌସୁମୀ ବର୍ଷା ବେଳେ ଜିଲ୍ଲାରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳ ଜ୍ଞାନ ଦାସଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ରିଲିଫ୍ ସାମଗ୍ରୀ ମହଜୁଦ ରଖିବା ପାଇଁ ଜିଲ୍ଲାପାଳ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା ପ୍ରଶାସନିକ ଅଧିକାରୀ ମାନଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ
author img

By

Published : Jun 18, 2019, 4:38 PM IST

ଭଦ୍ରକ: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଜ୍ଞାନ ଦାସଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ମୌସୁମୀ ବର୍ଷା ବେଳେ ଜିଲ୍ଲାରେ ବନ୍ୟା ପରିସ୍ଥିତି ଉପୁଜିଲେ ଏହାର କିପରି ମୁକାବିଲା କରାଯିବ ସେନେଇ ଆଲୋଚନା ହୋଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ଖୋଲା ପଡିଥିବା ନଦୀ ବନ୍ଧ ଗୁଡିକ କିପରି ସୁଦୃଢୀକରଣ କରାଯାଇପାରିବ ଏବଂ ବନ୍ୟା ଆଶ୍ରୟସ୍ଥଳ ଗୁଡିକୁ ମରାମତି କରି ରଖିବା ପାଇଁ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ । ବିଶେଷ କରି ବନ୍ୟା ସମୟରେ ପରିସ୍ଥିତିର ମୁକାବିଲା କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ସହ ରିଲିଫ୍ ସମାଗ୍ରୀ ମହଜୁଦ ରଖିବା ପାଇଁ ଜିଲ୍ଲାପାଳ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା ପ୍ରଶାସନିକ ଅଧିକାରୀ ମାନଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ।

ବୈଠକରେ ନବନିର୍ବାଚିତ ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ସହ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହି ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବଲା କରିବା ସହ ଧନ, ଜୀବନ କିପରି ସୁରକ୍ଷିତ ରହିବ ସେନେଇ ମତ ରଖିଛନ୍ତି ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:Body:

dgd

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.