ଭଦ୍ରକ: ନାଗରିକତା ସଂଶୋଧନ ଆଇନ ପ୍ରତ୍ୟାହାର ଦାବୀରେ କଂଗ୍ରେସ ପକ୍ଷରୁ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏନେଇ ଏକ ପ୍ରତିବାଦ ଶୋଭାଯାତ୍ରା ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ନିକଟରୁ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା ।
ସେଠାରେ ଜିଲ୍ଲା କାର୍ଯ୍ୟକାରୀ ସଭାପତିଙ୍କ ନେତୃତ୍ଵରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । ଆଗାମୀ ଦିନରେ ନାଗରିକତା ସଂଶୋଧନ ଆଇନ ପ୍ରତ୍ୟାହାର ନହେଲେ, ଦାବି ପୂରଣ ପାଇଁ କଂଗ୍ରେସ ରାଜରାସ୍ତାକୁ ଓହ୍ଲେଇବ ବୋଲି ଚେତାବନୀ ଦିଆଯାଇଛି । ଏହି ବିକ୍ଷୋଭରେ କଂଗ୍ରେସର ବହୁ ବରିଷ୍ଠ ନେତା ତଥା କର୍ମୀ ସାମିଲ ହୋଇଥିଲେ ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ