ଭଦ୍ରକ: ଜିଲ୍ଲାର ତିହିଡି ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଦ୍ବାରା ମିଳିତ ଜନଶୁଣାଣି ଓ ମହାସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଉନ୍ନୟନ ମୂଳକ ଯୋଜନାକୁ ନେଇ ମୋଟ 105 ଟି ଅଭିଯୋଗର ଶୁଣାଣି ହୋଇଛି ।
ତିହିଡ଼ି ବ୍ଳକ ଅଧ୍ୟକ୍ଷା ସୁଶ୍ରୀ ବିଦ୍ୟୁତଲତା ନାୟକଙ୍କ ପୌରାହିତ୍ୟରେ ଜିଲ୍ଲାପାଳ ଜ୍ଞାନ ଦାସଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ବ୍ଲକର 31 ଟି ପଞ୍ଚାୟତର ଜନପ୍ରତିନିଧି ଓ ବ୍ଲକ ସରାକାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ