ଭଦ୍ରକ:ରାଜ୍ୟରେ କୋରୋନା ମାମଲା ଥମିବାର ନାମ ନେଉନଥିବା ବେଳେ ଭଦ୍ରକ ଜିଲ୍ଲାରେ ଦ୍ବିତୀୟ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ 60 ବର୍ଷ ବୋଲି ଜଣାପଡିଛି।
ସେ ପୂର୍ବରୁ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡ଼ିତ ଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ