ଭଦ୍ରକ: ପୌରପାଳିକା ପରିସରରେ ଅସାମାଜିକ ବ୍ୟକ୍ତିଙ୍କ ଗଣ୍ଡଗୋଳ ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର ନେଇ ପୌରପାଳିକା କର୍ମଚାରୀ ସଙ୍ଘ ପକ୍ଷରୁ କଲମଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି । ଗଣ୍ଡଗୋଳ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରାଗଲେ ସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିବ ବୋଲି ସଂଘର କର୍ମକର୍ତ୍ତାମାନେ ଚେତାବନୀ ଦେଇଛନ୍ତି ।
ସୂଚନା ଅନୁସାରେ ପୌରପାଳିକା କାର୍ଯ୍ୟାଳୟ ପରିସରରେ ଶଶିକାନ୍ତ ପରିଡା ନାମକ ଜଣେ ବ୍ୟକ୍ତି କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଲାଲା ଦେବାଶିଷ ରାୟଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହ ଜଣେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କୁ ଦୁର୍ବ୍ୟବହାର ଓ ମାଡ ମାରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ପୌର କର୍ମଚାରୀ ସଂଘ କଲମଛାଡ ଆନ୍ଦୋଳନ ଡାକରା ଦେଇଥିବା ଜଣାପଡିଛି ।
ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସଙ୍ଘର କର୍ମକର୍ତ୍ତାମାନେ ପୋଲିସକୁ ଚେତାବନୀ ଦେଇଛନ୍ତି।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ