ଭଦ୍ରକ: ଚାନ୍ଦବାଲି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ସାମାଜିକ ବିଭାଗ ପକ୍ଷରୁ ବ୍ଲକ କନଫରେନ୍ସ ହଲରେ ଏକ ବ୍ଲକସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ଵ, ସ୍ଵଚ୍ଛତା ସମିତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ଉପରେ ମୁଖ୍ୟତଃ ସମୀକ୍ଷା କରାଯାଇଥିଲା। ଚାନ୍ଦବାଲି ବିଡିଓ, ଭଦ୍ରକ ଏପିଡି, ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ତଥା ସମସ୍ତ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା କରିଥିଲେ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ