ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବୌଦ୍ଧରେ ବିଜେପିର ଗଣବିକ୍ଷୋଭ

author img

By

Published : Feb 16, 2023, 7:07 AM IST

ରାଜ୍ୟରେ ଆଇନ ଶୃଙ୍ଖଳାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କଲା ବିଜେପି । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଜିଲ୍ଲା ବିଜେପି ବିକ୍ଷୋଭ ପ୍ରଦର୍ଶନ ସହିତ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଛି । ଅଧିକ ପଢ଼ନ୍ତୁ

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି

ବୌଦ୍ଧ: ନବୀନ ପଟ୍ଟନାୟକ ଇସ୍ତଫା ଦିଅ । ଗଣବିକ୍ଷୋଭ କରି ଏଭଳି ସ୍ଲୋଗାନ ଦେଇଛି ବିଜେପି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ସାରା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଗର୍ଜିଛି ବିଜେପି । ରାଜ୍ୟର ଆଇନ ଶୃଙ୍ଖଳାକୁ ବଜାୟ ରଖିବା ପାଇଁ ଚେଷ୍ଟା କରନ୍ତୁ ନଚେତ୍‌ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି କହିଛି ବିଜେପି ଦଳ ।

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ କରି ଜିଲ୍ଲା ବିଜେପି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି । ରାଜ୍ୟ ବିଜେପିର ନିଷ୍ପତ୍ତି କ୍ରମେ ଗତକାଲି ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦଳ ବିକ୍ଷୋଭ ଶୋଭାଯାତ୍ରା ସହିତ ପ୍ରତିବାଦ ସଭା କରିଛି । ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତିଙ୍କ ନେତୃତ୍ୱରେ ବରିଷ୍ଠ ବିଜେପି ନେତା ସଚ୍ଚିଦାନନ୍ଦ ଦଲାଲ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ନିଜର ପୁରୁଣା ସ୍ମୃତିକୁ ବର୍ଣ୍ଣନା କରିଥିଲେ ।

ବିଶେଷ ଭାବରେ ବର୍ତ୍ତମାନ ସମୟରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ତଥା ସାଧାରଣ ନାଗରିକଙ୍କ ପ୍ରତି ବିପଦ ମାଡି ଆସୁଥିବା ବିଜେପି ପକ୍ଷରୁ ଅଭିଯୋଗ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଥିଲା । ଗତ କିଛି ଦିନ ପୂର୍ବରୁ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଜିଲ୍ଲା ବିଜେପି ଗଭୀର ଉଦବେଗ ପ୍ରକାଶ କରିବା ସହିତ ଏହାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର ପାଇଁ ଦାବି କରିଛି । ଦଳ ପକ୍ଷରୁ ବିଜେପିର ଅନେକ ନେତୃବୃନ୍ଦଙ୍କ ସମେତ ଶତାଧିକ ବିଜେପି କର୍ମୀ ଓ କାର୍ଯ୍ୟକର୍ତ୍ତା ବିକ୍ଷୋଭରେ ସାମିଲ ହୋଇଥିଲେ ।

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପ୍ରତିବାଦରେ ବିଜେପି ଆନ୍ଦୋଳନ କରିବା ସହ ଧାରଣା ଦେଇଛି । ଏହି ପ୍ରସଙ୍ଗରେ ୩ ଦିନିଆ ହରତାଳ କରିବାକୁ ଭାରତୀୟ ଜନତା ପାର୍ଟି ରାଜରାସ୍ତାକୁ ଓହ୍ଲାଇଛି । ଗତକାଲି ଦ୍ୱିତୀୟ ଦିନରେ ରାଜ୍ୟ ମୁଖିଆ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛି ଭାରତୀୟ ଜନତା ଦଳ । ଏଥି ସହିତ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ନାରାବାଜି ଦେବା ସହ ରାଜ୍ୟର ଏକ ବରିଷ୍ଠ ମନ୍ତ୍ରୀଙ୍କୁ ପୋଲିସ ହତ୍ୟା କରିବା ଘଟଣାକୁ ନିନ୍ଦା କରିଛି ବିଜେପି ।

ଏହାସହ CBI ତଦନ୍ତ କରିବା ଲାଗି ଦାବି କରିବା ସହ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଅପାରଗତା ପାଇଁ ରାଜ୍ୟରେ ଅରାଜକତା ବଢୁଥିବା ବିଜେପି ଅଭିଯୋଗ କରିଛି । ବିଜେଡ଼ି ଶାସନରେ ରାଜ୍ୟବାସୀ ଅସୁରକ୍ଷିତ ତେଣୁ ମୁଖ୍ୟମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦାବିରେ ଗଣ ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଛି ବିଜେପି ।

ଇଟିଭି ଭାରତ, ବୌଦ୍ଧ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.