ବୌଦ୍ଧ: କୋରୋନା ସମୟରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟ କରିଥିବା ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ 352 କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ଏହି ପ୍ୟାକେଜ ଯୋଗୁଁ ବୌଦ୍ଧ ଜିଲ୍ଲାର ପ୍ରାୟ 49 ହଜାର ଶ୍ରମିକ ଉପକୃତ ହେବେ ବୋଲି ଆଶା କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ବୌଦ୍ଧ ଜିଲ୍ଲାର 69 ଗୋଟି ପଞ୍ଚାୟତରେ କୋଭିଡ ସମୟରେ mgnrega ଯୋଜନାରେ କାର୍ଯ୍ୟ କରିଥିବା ଶ୍ରମିକ ମାନେ କାର୍ଯ୍ୟ ଦିବସରେ ଅତିରିକ୍ତ 50 ଟଙ୍କା ଅଧିକ ପାଇବେ ।
ଯାହାକୁ ନେଇ ଜିଲ୍ଲାର ଶ୍ରମିକମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ମାଧ୍ୟମରେ ଏହି ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଥିବାବେଳେ ଏଥିପାଇଁ ବୌଦ୍ଧରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଏନସି ଜ୍ୟୋତି ରଞ୍ଜନ ନାଏକଙ୍କ ସହ ବହୁ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ ।
ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ