ବୌଦ୍ଧ : ତୈଳଦର ଓ ଅନ୍ୟାନ୍ୟ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର । ହୁହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଏହାକୁ କଂଗ୍ରେସ ପକ୍ଷରୁ ତୀବ୍ର ବିରୋଧ କରାଯାଇ ଆସନ୍ତା ୧୫ ତାରିଖ ରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ଚାରିଛକ ଫରେଷ୍ଟ ଡାକ ବଙ୍ଗଳା ଠାରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
ଜିଲ୍ଲା କଂଗ୍ରେସ ସଭାପତି ନବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଶେଷ ଭାବରେ ହରଭଙ୍ଗା ବ୍ଲକ କଂଗ୍ରେସର ନେତୃ ମଣ୍ଡଳୀ ଯୋଗ ଦେଇଥିଲେ । ଏଥିରେ ଅତିଥି ଭାବରେ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଯୋଗ ଦେଇ କର୍ମୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ନରସିଂହ ମିଶ୍ର ତୈଳଦର ବୃଦ୍ଧି ପ୍ରସଙ୍ଗ ରେ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ ।
ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ