ବୌଦ୍ଧ: ଜିଲ୍ଲାର ପୁରୁଣାକଟକ ଠାରେ ଗତ କୋଡିଏ ତାରିଖରୁ ଆରମ୍ଭ ହୋଇଥିବା ପ୍ରଥମ ଭୈରବୀ ମହୋତ୍ସବ ରବିବାର ଉଦଯାପିତ ହୋଇଛି । ମହୋତ୍ସବକୁ କୋଡିଏ ତାରିଖରେ ମନ୍ତ୍ରୀ ପ୍ରତାପ ଜେନା ଉଦଘାଟନ କରିଥିବା ବେଳେ ପାଞ୍ଚ ଦିନ ବ୍ୟାପି ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା କଳାକାର ଓ ଦର୍ଶକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ରହିଥିଲା ।
ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ସମ୍ମାନୀତ ଅତିଥି ରୂପେ ବିଧାୟକ ପ୍ରଦୀପ କୁମାର ଅମାତ, ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ପ୍ରମୁଖ ଯୋଗଦେଇ ଥିଲେ । ବୌଦ୍ଧ ଜିଲ୍ଲାର ଲୋକ ନୃତ୍ୟ ସହିତ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା କଳାକାରଙ୍କ ଲୋକନୃତ୍ୟ ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା ।
ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ