ବୌଦ୍ଧ: ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ବୌଦ୍ଧ ଜିଲ୍ଲାରେ ବିଜୁ ଜନତା ଦଳର ପଦଯାତ୍ରା ଆୟୋଜନ ହୋଇଛି । ଜିଲ୍ଲାର କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଲସାଗୋରା ଠାରୁ ଘୁଲୁଘୁଲାପଦର ଗାଁ ପର୍ଯ୍ୟନ୍ତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।
କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣାଙ୍କ ନେତୃତ୍ବରେ ଶହ ଶହ ବିଜେଡି କର୍ମୀ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ । ଗାନ୍ଧିଜୀଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ବିଜେଡି ଦଳ ପକ୍ଷରୁ ଆୟୋଜିତ ଏହି ପଦଯାତ୍ରାରେ ବିଜେଡି ବୌଦ୍ଧ ଜିଲ୍ଲାର ପର୍ଯ୍ୟବେକ୍ଷକ କୃତ୍ତିବାସ ପାତ୍ର ଓ ଯୁବ ବିଜେଡି ସଭାପତି ମୃତ୍ୟୁଞ୍ଜୟ ମିଶ୍ର ଯୋଗ ଦେଇ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ ।
ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ