ବୌଦ୍ଧ: ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କିଷାନ କଂଗ୍ରେସ ଏହି ବିକ୍ଷୋଭ ପ୍ରଦର୍ଶନ କରିଛି । ନୂତନ କୃଷି ଆଇକୁ ପ୍ରତ୍ୟାହାର ଦାବିରେ ପ୍ରତିବାଦ କରାଯାଉ ଥିବାବେଳେ ଏନେଇ ରାଷ୍ଟ୍ରପତିଙ୍କୁ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।
କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ବିରୋଧ କରି କିଷାନ କଂଗ୍ରେସ ପକ୍ଷରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । ବୌଦ୍ଧ ଜିଲ୍ଲା କିଷାନ କଂଗ୍ରେସ ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ଏକ ପ୍ରତିବାଦ ସଭାର ଆୟୋଜନ କରିଥିଲା । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତିରି ସମ୍ପର୍କ ଥିବା ଅଭିଯୋଗ ସହ ଏହି ଆଇନ କୃଷକ ବିରୋଧୀ ବୋଲି ସଙ୍ଗଠନ ଅଭିଯୋଗ କରିଛି । କାର୍ଯ୍ୟକ୍ରମରେ ରାଜ୍ୟ କିଷାନ କଂଗ୍ରେସ ଅଧ୍ୟକ୍ଷ ଯୋଗଦେଇ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ।
ଧାରଣାରେ ଜିଲ୍ଲା କଂଗ୍ରେସ ସଭାପତି ନବ କୁମାର ମିଶ୍ରଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତା ଓ କର୍ମୀଙ୍କ ସହ ଛାମୁଆ ସଙ୍ଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ । ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରିବା ସହ ନୂଆ କୃଷି ଆଇନକୁ ତୁରନ୍ତ ପ୍ରତ୍ୟାହାର ପାଇଁ ଦାବିକରି ସଙ୍ଗଠନ ପକ୍ଷରୁ ଏକ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ।
ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ