ETV Bharat / state

ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ

author img

By

Published : May 20, 2021, 7:23 AM IST

ବୌଦ୍ଧରେ ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ
ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ

ବୌଦ୍ଧ: ଜିଲ୍ଲାର ପୁରୁଣାକଟକ ଥାନା ଅନ୍ତର୍ଗତ ଲଇଗାଁ ନିକଟସ୍ଥ ରଙ୍ଗମାଟିଆ ବୁଲାଣୀରେ ବୁଧବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ କାର ଓ ବୋଲେରୋ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି ।

ଗୁରୁତର ଅବସ୍ଥାରେ ଯୁବକଙ୍କୁ ଚାରିଛକ ଅଗ୍ନିଶମ ବାହିନୀ ଉଦ୍ଧାର କରି ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । କାରଟି ନୟାଗଡରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ବେଳେ ସମ୍ମୁଖରୁ ବୋଲେରୋ ଗାଡି ଧକ୍କା ଦେବାରୁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସେପଟେ ବୋଲେରୋ ଗାଡିର ଡ୍ରାଇଭର ସମେତ ସମସ୍ତେ ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ।

ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.