ବୌଦ୍ଧ: ଜିଲ୍ଲାର ଏକମାତ୍ର ଏନଏସି ବୌଦ୍ଧଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ସ୍ବାୟତ୍ତ ଶାସନ ଦିବସ ପାଳନ ହୋଇଛି । ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଲା ୧୯୬୧ ମସିହାରୁ ପ୍ରତିଷ୍ଠା ହୋଇଥିବା ଏହି ପୌରପରିଷଦରେ ପ୍ରଥମ ଥର ପାଇଁ କୌଣସି ଜିଲ୍ଲାପାଳ ଜାତୀୟ ପତାକାକୁ ସମ୍ମାନ ଜଣାଇଥିଲେ ।
ପ୍ରଶାସକ ଦାୟିତ୍ବରେ ଥିବା ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଆଜି ପୌର କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ ସହ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ପ୍ରଦାନ କରିଛନ୍ତି । ଅନ୍ୟପକ୍ଷେ ଆଜି(ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଠାରେ ନିର୍ମିତ ଅଣୁ ଜୈବିକ ଖତ ପ୍ରସ୍ତୁତ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି । ଏହାସହ ‘ମୋ ଖତ’ ଯୋଜନାର ଶୁଭାରମ୍ଭ ହୋଇଛି ।
ବୌଦ୍ଧରୁ ସତ୍ୟନାରାୟଣ ପାଣି, ଇଟିଭି ଭାରତ