ETV Bharat / state

ବୌଦ୍ଧ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ, ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ

author img

By

Published : Nov 19, 2022, 12:20 PM IST

ବୌଦ୍ଧ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ । ଏଥିରେ ଯୋଗ ଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ପଞ୍ଚାୟତିରାଜ ମନ୍ତ୍ରୀ । ଅଧିକ ପଢନ୍ତୁ

ବୌଦ୍ଧ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ, ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ
ବୌଦ୍ଧ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ, ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ

ବୌଦ୍ଧ: ଗତକାଲି ବୌଦ୍ଧ ଜିଲ୍ଲା ପରିଷଦ ବୈଠକ(Boudh Zilla Parishad Meeting) ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ ପରିଷଦର ଅଧ୍ୟକ୍ଷ ପ୍ରଭାସିନୀ ଦାଶ, ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମଧ୍ୟ ସାମିଲ ହୋଇଥିଲେ ।

ବୌଦ୍ଧ ଭଳି ଜିଲ୍ଲାରେ ସ୍ବାସ୍ଥ୍ୟ ବିଭାଗରେ ବ୍ୟାପକ ଅବ୍ୟବସ୍ଥା ସହିତ ପାନୀୟଜଳ, ଜଳସେଚନ, ଶିକ୍ଷା, ଆବାସ ଇତ୍ୟାଦି ବିଭିନ୍ନ କଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ଉପରେ ବୈଠକରେ ଗୁରୁତ୍ବାରୋପ କରାଯାଇଛି । ଏହି ଜିଲ୍ଲା ପରିଷଦ ବୈଠକରେ ଗୋଟିଏ ଅଞ୍ଚଳକୁ ବାରମ୍ବାର ପ୍ରତାରଣା କରାଯାଉଥିବା ଅଭିଯୋଗ ହୋଇଛି । ୪ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଇଂ ରାକେଶ ତ୍ରିପାଠୀ ଜିଲ୍ଲାର ମଧ୍ୟବର୍ତ୍ତୀ ସ୍ଥାନରେ ଥିବା ବାଉଁଶୁଣୀ ଅଞ୍ଚଳକୁ ବାରମ୍ବାର ଅବହେଳା କରାଯାଉଥିବା ଅଭିଯୋଗ କରିଛନ୍ତି ।

ଏହାମଧ୍ୟ ପଢନ୍ତୁ: କୋର୍ଟ ପରିସରରୁ କଏଦୀ ଚମ୍ପଟ, ଖୋଜୁଛି ପୋଲିସ୍‌

ବିଶେଷକରି ବାଉଁଶୁଣୀ ଠାରେ ମହାନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ସର୍ଭେ କରାଯାଇଥିବା ନେଇ ବିଭ୍ରାନ୍ତିକର ତଥ୍ୟ ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରାଯାଇଥିବା ସେ କହିଛନ୍ତି ।

ଇଟିଭି ଭାରତ, ବୌଦ୍ଧ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.