ETV Bharat / state

ଜିରୋ କାଜୁଆଲିଟି ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ - odish

'ଫନି'କୁ ନେଇ ମୁଖ୍ୟମନ୍ତ୍ରୀ 'ଜିରୋ କାଜୁଆଲିଟି' ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ଘୋଷଣା କରିଛନ୍ତି । ଏହାସହ ଗୁରୁବାର ଠାରୁ ଆରମ୍ଭ ହେବା ସ୍ଥାନାନ୍ତରଣ ଓ ଜିରୋ କାଜୁଆଲିଟିକୁ ପ୍ରାଥମିକତା ଦେବା କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : May 1, 2019, 8:36 PM IST

ଭୁବନେଶ୍ବର: ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଅତି ଭୀଷଣ ସାମୁଦ୍ରିକ ଝଡ଼ 'ଫନି' ପ୍ରଳୟ ନେଇ ଆସୁଛି । ବାତ୍ୟା 'ଫନି'କୁ ନେଇ ବ୍ୟାପକ ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର । 'ଫନି'କୁ ନେଇ ମୁଖ୍ୟମନ୍ତ୍ରୀ 'ଜିରୋ କାଜୁଆଲିଟି' ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ଘୋଷଣା କରିଛନ୍ତି । ଏହାସହ ଗୁରୁବାର ଠାରୁ ଆରମ୍ଭ ହେବା ସ୍ଥାନାନ୍ତରଣ ଓ ଜିରୋ କାଜୁଆଲିଟିକୁ ପ୍ରାଥମିକତା ଦେବା କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ରାଜ୍ୟର ପ୍ରତିଟି ନାଗରିକଙ୍କ ଜୀବନ ମୂଲ୍ୟବାନ । ତେଣୁ ସମ୍ଭାବ୍ୟ ବାତ୍ୟାରେ ଯେଭଳି ଗୋଟିଏ ହେଲେ ଜୀବନହାନୀ ହେବ ନାହିଁ ତା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତକାଲିଠାରୁ ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ କରିବା ସହ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ଶତ ପ୍ରତିଶତ ସ୍ଥାନାନ୍ତରଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସମୀକ୍ଷା କରି ପୁଣି ଥରେ ଜିରୋ କାଜୁଆଲିଟିକୁ ଗୁରୁତ୍ବ ଦେଇଛନ୍ତି । ଆସନ୍ତାକାଲିଠାରୁ ଆରମ୍ଭ ହେବ ସ୍ଥାନାନ୍ତରଣ ପ୍ରକ୍ରିୟା । ଏଥିରେ ୮ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବାକୁ ଲକ୍ଷ୍ୟ ରଖାଯାଇଛ । ଏଥିସହିତ ଆସନ୍ତାକାଲିଠାରୁ ମାଗଣା ରନ୍ଧାଖାଦ୍ୟ ଯୋଗାଣ ବି ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

cyclone-fani
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ବାତ୍ୟା ପରବର୍ତ୍ତୀ ପର୍ଯ୍ୟାୟରେ ତୁରନ୍ତ ପୁନର୍ବାସ କାର୍ଯ୍ୟକୁ ଆଗେଇ ନେବା ସହ ସଡକ ଯୋଗାଯୋଗ, ପାନୀୟ ଜଳ ଯୋଗାଣ ଏବଂ ବିଦ୍ୟୁତ ସଂଯୋଗର ପୁନଃସଂସ୍ଥାପନ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପ୍ରାକ ପ୍ରସ୍ତୁତି କରିବାକୁ ସେ ସବୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ସ୍ବାସ୍ଥ୍ୟ ସଚିବ, ପଂଚାୟତିରାଜ ଓ ପାନୀୟ ଜଳ ଯୋଗାଣ, ଗ୍ରାମ୍ୟ ଉନ୍ନୟନ, ଶକ୍ତି, ଗୃହ ଓ ନଗର ଉନ୍ନୟନ ଆଦି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସୂଚନା ଯୋଗ୍ୟ ଯେ 'ଫନି' ପାଇଁ ରାଜ୍ୟରେ ସମୁଦାୟ ୮୭୯ଟି ଆଶ୍ରୟ ଗୃହ ରାଜ୍ୟବାସୀଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହାସହ ଅସ୍ଥାୟୀ ଭାବେ ପ୍ରାୟ ୧୦ ଲକ୍ଷ ତଳିଆ ଅଞ୍ଚଳର ଲୋକଙ୍କୁ ଆଶ୍ରୟ ଗୃହକୁ ସ୍ଥାନାନ୍ତର କରାଯିବାର ବ୍ୟବସ୍ଥା ରହିଥିବା ମଧ୍ୟ ସୂଚନା ରହିଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.