ଭୁବନେଶ୍ବର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଆସିଯାଇଛି 2019 ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ । ଏକକ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରି କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି ବିଜୁ ଜନତା ଦଳ(ବିଜେଡି) ।
ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଖାଇବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସରକାର ଗଠନ କରିବା ପାଇଁ ଆମନ୍ତ୍ରଣ କରିଛନ୍ତି ରାଜ୍ୟପାଳ । ଆଉ ଦିନକ ପରେ ଅର୍ଥାତ ମେ 29ରେ ଅନୁଷ୍ଠିତ ହେବାକୁ ଯାଉଛି ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ । ଆଉ ଏଥିପାଇଁ ରାଜଧାନୀର ପ୍ରଦର୍ଶନୀ ପଡ଼ିଆଠାରେ ଏକ ବଡ ଧରଣର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।
ସେଦିନ ମୁଖ୍ୟମନ୍ତ୍ରୀଙ୍କ ସହ ଶପଥ ନେବ 21 ଜଣିଆ ମନ୍ତ୍ରିମଣ୍ଡଳ। ଏନେଇ ରାଜଭବନରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଚିଠି ଲେଖି ଅବଗତ କରିଛନ୍ତି । ଯେହେତୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଛନ୍ତି, ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବା ପର୍ଯ୍ୟନ୍ତ କାମଚଳା ମୁଖ୍ୟମନ୍ତ୍ରୀ ଭାବେ ଦାୟୀତ୍ବ ନିର୍ବାହ କରିବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ