କଟକ: କଟକ ମହାନଗର ନିଗମରେ ସୋମବାର ୨୦୯ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୩୧ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ ସରକାରୀ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।
୧୧୯ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୭୯୭୬ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୫୬୭୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୩୪ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୨୭୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ