କଟକ: ରାଜ୍ୟର ୧୪ଟି ବିଏଡ କଲେଜ ବନ୍ଦ କରିବା ନିଷ୍ପତ୍ତିକୁ ବିରୋଧ କରିଛି ଅଲଇଣ୍ଡିଆ ଡିଏସଓ ଛାତ୍ର ସଂଗଠନ । ନିଷ୍ପତ୍ତି ପ୍ରତ୍ୟାହାର ଦାବିରେ ଗୁରୁବାର ପ୍ରତିବାଦ ଦିବସ ପାଳନ କରିଛି ସଂଗଠନ ।
କଟକ ଜିଲ୍ଲା କମିଟି ପକ୍ଷରୁ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ନିଷ୍ପତ୍ତି ପ୍ରତ୍ୟାହାର ଦାବିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛି ଅଲଇଣ୍ଡିଆ ଡିଏସଓ । ଏହି ନିଷ୍ପତ୍ତିକୁ ପ୍ରତ୍ୟାହାର ନକଲେ ଛାତ୍ର ସଂଗଠନ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ