କଟକ: କୋରୋନା ମୁକାବିଲା ପାଇଁ ସହାୟତାର ହାତ ବଢ଼ାଇଲା ରେଭେନ୍ସା ବିଶ୍ୱବିଦ୍ୟାଳୟ । ଶନିବାର ବିଶ୍ବବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫ଲକ୍ଷ ୫ ହଜାର ୬୬୩ ଟଙ୍କାର ଆର୍ଥିକ ରାଶି ପ୍ରଦାନ କରାଯାଇଛି।


୨ଟି ଚେକ୍ ମାଧ୍ୟମରେ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିକୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର ସମସ୍ତ ଟିଚିଂ ଓ ନନ ଟିଚିଂ ଷ୍ଟାଫ୍ ମାନେ ମିଶି ନିଜର ଗୋଟିଏ ଦିନର ଦରମା ଏହି ପାଣ୍ଠିକୁ ଦେଇଛନ୍ତି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ