ETV Bharat / state

ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ପୋଲିସ ଡିଜିଙ୍କୁ ଭେଟିଲା ବିଜେପି - ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ

ଉତ୍ତରାଞ୍ଚଳ ଡିଆଇଜି ବ୍ରିଜେଶ ରାୟଙ୍କ ପତ୍ନୀଙ୍କ ନିର୍ଯାତନାର ଶିକାର ହୋଇ ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା । ସମ୍ପୃକ୍ତ ଡିଆଇଜି ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବିରେ ପୋଲିସ ଡିଜିଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ । ଅଧିକ ପଢ଼ନ୍ତୁ

ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ଘଟଣା
ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ଘଟଣା
author img

By ETV Bharat Odisha Team

Published : Aug 22, 2023, 10:28 PM IST

ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ଘଟଣା

କଟକ: ରାଜ୍ୟ ପୋଲିସ ଉତ୍ତରାଞ୍ଚଳ ଡିଆଇଜି ବ୍ରିଜେଶ ରାୟଙ୍କ ପତ୍ନୀଙ୍କ ନିର୍ଯାତନାର ଶିକାର ହୋଇଛନ୍ତି ଅନୁଗୋଳ ଜିଲ୍ଲାର ମହିଳା ହୋମଗାର୍ଡ ଶୈରିନ୍ଦ୍ରୀ ସାହୁ । ତାଙ୍କ ଲାଗି ନିର୍ଯାତନାର ଭାର ଏତେ ହୋଇଥିଲା ଯେ ହୋମଗାର୍ଡ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏନେଇ ରାଜ୍ୟ ରାଜନୀତି ତୀବ୍ର ହୋଇଥିବା ବେଳେ ଡିଆଇଜି ବ୍ରିଜେଶ ରାୟଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି ରାଜ୍ୟ ସରକାର । ତେବେ ଡିଆଇଜିଙ୍କ ବଦଳି କେବଳ ଭେଳିକି ବୋଲି ଅଭିଯୋଗ କରିଛି ବିଜେପି । ମହିଳା ହୋମଗାର୍ଡଙ୍କୁ ନ୍ୟାୟ ପ୍ରଦାନ ଦାବି ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟିଛନ୍ତି ବିଜେପି ପ୍ରତିନିଧି ଦଳ ।

ରାଜ୍ୟ ବିଜେପି ଉପସଭାପତି ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ବରେ ଦଳର ଏକ ପ୍ରତିନିଧି ମଣ୍ଡଳ ଆଜି ଅପରାହ୍ନରେ ମହିଳା ହୋମଗାର୍ଡଙ୍କୁ ନ୍ୟାୟ ପ୍ରଦାନ ଦାବି ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟିଛନ୍ତି । ଏହା ସହିତ ମହିଳା ହୋମଗାର୍ଡଙ୍କ ଆତ୍ମହତ୍ୟା ଉଦ୍ୟମ ପାଇଁ ଦାୟୀ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ତେବେ ଗତ କିଛି ଦିନ ପୂର୍ବେ ଅନୁଗୁଳ ଜିଲ୍ଲାରେ ମହିଳା ହୋମ ଗାର୍ଡ ଶୈରିନ୍ଦ୍ରୀ ସାହୁ ଉତ୍ତରାଞ୍ଚଳ ଡିଆଇଜି ବ୍ରିଜେଶ ରାୟଙ୍କ ଘରୋଇ କାର୍ଯ୍ୟରେ ନିୟୋଜିତ ଥିଲେ । ହେଲେ ଏହି ବରିଷ୍ଠ ପୋଲିସ ଅଧିକାରୀଙ୍କ ଧର୍ମପତ୍ନୀଙ୍କ ନିର୍ଯାତନା ସହିନପାରି ଶେଷରେ ମହିଳା ହୋମ ଗାର୍ଡ ଜଣଙ୍କ ଆତ୍ମହତ୍ୟା କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ତେବେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ସିଡିଏସ୍ଥିତ ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା । ଏବେ ସେ ଆଇସିୟୁରେ ଅଛନ୍ତି । ସେ ବଞ୍ଚିଯାଇଥିଲେ ମଧ୍ୟ ଦୁଇଟି ଯାକ ଗୋଡ଼ ହରାଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ଘଟଣା: ତୀବ୍ର ନିନ୍ଦା କଲା ବିଜେପି, ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି

ଏହି ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି । ବିଜେପିର ଏକ ପ୍ରତିନିଧି ଦଳ ଆଜି ଅପରାହ୍ନରେ ଘରୋଇ ନର୍ସିଂ ହୋମକୁ ଯାଇ ମହିଳା ହୋମ ଗର୍ଡଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିଲା । ମାତ୍ର ନର୍ସିଂହୋମ କର୍ତ୍ତୃପକ୍ଷ ପୀଡ଼ିତାଙ୍କୁ ଭେଟିବା ପାଇଁ ଅନୁମତି ଦେଇନଥିଲେ । ଯାହାଫଳରେ ବିଜେପିର ପ୍ରତିନିଧି ଦଳ ଏବଂ ନର୍ସିଂହୋମ କର୍ତ୍ତୃପକ୍ଷଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ପ୍ରତିନିଧି ଦଳ ନିରାଶ ହୋଇ ଫେରିଥିଲେ । ଏହାପରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ପୀଡ଼ିତାଙ୍କ ସମ୍ପର୍କରେ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ । ପୀଡ଼ିତାଙ୍କୁ ଯେପରି ନ୍ୟାୟ ମିଳିବ, ସେ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ବିଜେପି ଉପସଭାପତି ଲେଖାଶ୍ରୀ ସାମନ୍ତସିଂହାର ଗଣମାଧ୍ୟମରେ ଏହି ଘଟଣାକୁ ନିନ୍ଦା କରିଥିଲେ । ତେବେ ଏହି ଘଟଣାରେ ଡିଆଇଜିଙ୍କର ବଦଳି କେବଳ ଭେଳିକି ବୋଲି କହିଛି ବିଜେପି ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.