ETV Bharat / state

T-Bridge Stampede: ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ, ୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

author img

By

Published : Jan 14, 2023, 8:21 PM IST

Updated : Jan 14, 2023, 10:25 PM IST

କଟକ ବଡମ୍ବା ମକର ମେଳାରେ ଦଳଚକଟା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: କଟକ ବଡମ୍ବା ମକର ମେଳାରେ ଦଳଚକଟା ଘଟଣା । ମହାନଦୀ ସେତୁରୁ ସିଂହନାଥ ପୀଠକୁ ସଂଯୋଗ କରୁଥିବା ଟି-ବ୍ରିଜରେ ଅଘଟଣ ଘଟିଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ଅଘଟଣରେ ମୋଟ ୨୦ ଆହତ ହୋଇଛନ୍ତି । ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।

  • ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରାଣ ହରାଇଥିବା ଲୋକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ₹୫ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

    — CMO Odisha (@CMO_Odisha) January 14, 2023 " class="align-text-top noRightClick twitterSection" data=" ">

ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ଏହାସହିତ ଜଣେ ୧୨ ବର୍ଷୀୟ ବାଳକଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ମଧ୍ୟ ଜଣାଇଛନ୍ତି ।

ଏହା ବି ପଢନ୍ତୁ- T Bridge Stampede: ବଡମ୍ବା ଟି ବ୍ରିଜ ଉପରେ ଦଳାଚକଟାରେ ୨୦ ଗୁରୁତର, ଜଣେ ମୃତ !

ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆଜି ମକର ସଂକ୍ରାନ୍ତି ଅବସରରେ ମକର ମେଳା ଅନୁଷ୍ଠିତ ହୋଇଥିଲା । ଏଥିରେ ଲୋକଙ୍କ ଖଚାଖଚ ଭିଡ଼ ଦେଖିବାକୁ ମିଳିଥିଲା । ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅନେକ ମହିଳା ଓ ଛୋଟ ଶିଶୁ ତଳେ ପଡ଼ିଯାଇଥିଲେ । ସେମାନଙ୍କ ଉପରେ ଲୋକମାନେ ଚଢି ଯିବା ଫଳରେ ପ୍ରାୟ ୨୦ ଜଣ ଆହତ ହୋଇପଡ଼ିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ବିଟ କରି କହିଛନ୍ତି, " କଟକ ଜିଲ୍ଲା ବଡ଼ମ୍ବା-ଗୋପିନାଥପୁର ଟି-ବ୍ରିଜ ଉପରେ ଅଭାବନୀୟ ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।"

ଇଟିଭି ଭାରତ, ଭୁବନେଶ୍ବର

Last Updated : Jan 14, 2023, 10:25 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.