ETV Bharat / state

ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ - ଅଭିନେତ୍ରୀ ଝରଣା ଦାସଙ୍କ ନିଧନ

ବର୍ଷିଆନ ଓଡିଆ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅଭିନେତ୍ରୀଙ୍କ ଶେଷକୃତ୍ୟ ହେବ ବୋଲି ଘୋଷଣା କଲେ । ଅଧିକ ପଢନ୍ତୁ

ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
author img

By

Published : Dec 2, 2022, 10:21 AM IST

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ନିଧନ ହୋଇଯାଇଛି । ଏହି ବର୍ଷିଆନ ଅଭିନେତ୍ରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି(Odia actress Jharana Das died) । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା ।

  • ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଆକାଶବାଣୀଠୁ ଆରମ୍ଭ କରି ମଞ୍ଚ ତଥା ଚଳଚ୍ଚିତ୍ରରେ ତାଙ୍କ ପ୍ରଭାବଶାଳୀ ଅଭିନୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।

    — Naveen Patnaik (@Naveen_Odisha) December 2, 2022 " class="align-text-top noRightClick twitterSection" data=" ">

ଏହାମଧ୍ୟ ପଢନ୍ତୁ: ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା । ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହାସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.