କଟକ: ସିଏସସିରେ ମଙ୍ଗଳବାର ୨୪୦ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୫୩ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୯ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୧୪୮ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୮୨୧୫ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୫୯୮୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୩୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୧୯୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ଆଜି କଟକ ମହାନଗର ନିଗମରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ