ETV Bharat / state

ସିଏମସିରେ ଦିନକରେ ୭୩ କୋରୋନା ପଜିଟିଭ ଚିହ୍ନଟ - କଟକରେ ୧୭୯୪ ଆକ୍ରାନ୍ତ

କଟକ ମହାନଗର ନିଗମରେ ମଙ୍ଗଳବାର ୭୩ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୭୯୪ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୯୧୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ସିଏମସିରେ ଦିନକରେ ୭୩ କୋରୋନା ପଜିଟିଭ ଚିହ୍ନଟ
ସିଏମସିରେ ଦିନକରେ ୭୩ କୋରୋନା ପଜିଟିଭ ଚିହ୍ନଟ
author img

By

Published : Aug 11, 2020, 6:13 PM IST

କଟକ: ଦିନକୁ ଦିନ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କୋରୋନା ମାମଲା । କଟକ ମହାନଗର ନିଗମରେ ମଙ୍ଗଳବାର ୭୩ଟି କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୨ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୩ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।

୫ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ୪୩ ପଜିଟିଭ କଣ୍ଟେନମେଣ୍ଟ ଜୋନ ଅଞ୍ଚଳରୁ ଚିହ୍ନଟ କରାଯାଇଛି । ସମସ୍ତ ପଜିଟିଭ କେବଳ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ କରାଯାଇଛି । ସେଥିରୁ ୨୩ ଜଣ ପୁରୁଷ ଥିଲାବେଳେ ୨୦ ଜଣ ମହିଳା ଅଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୭୯୪ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୯୧୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୧୦ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୮୭୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.