କଟକ: ହାଇକୋର୍ଟରେ କଟକ ବାରବାଟୀ ନିର୍ବାଚନ ମାମଲା । ପରାଜିତ ବିଜେଡ଼ି ପ୍ରାର୍ଥୀ, ବିଜୟୀ କଂଗ୍ରେସ ପ୍ରାର୍ଥୀଙ୍କ ବିରୋଧରେ ଆଜି ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି ।
ବିଜୟୀ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ ନିର୍ବାଚନ ସମୟରେ ଦାଖଲ କରିଥିବା ସତ୍ୟପାଠରେ ଅପରାଧି ମାମଲାର ତଥ୍ୟ ଲୁଚାଇଥିବା ଓ ସମ୍ପତ୍ତି ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଦେଇନଥିବା ନେଇ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି ପରାଜିତ ବିଜେଡ଼ି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ।
ତେବେ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଇ ସାନି ନିର୍ବାଚନ କରିବାକୁ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ