କଟକ: ଗୁରୁବାର କଟକ ମହାନଗର ନିଗମରେ ୫୧ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ୧୦ ଜଣ ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ୨୩ ଜଣ ସ୍ଥାନୀୟ ଆକ୍ରାନ୍ତ କେରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୯୬ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୪ ହଜାର ୨୪୯ ଜଣ ସୁସ୍ଥ ହୋଇ ଫେରିଛନ୍ତି। ୭୧ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୭୭୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକ ମହାନଗର ନିଗମରେ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ