ETV Bharat / state

ହାତୀ ମୃତ୍ୟୁ ରୋକିବାକୁ ୧୪ ଟି ହାତୀ କରିଡର ଚିହ୍ନଟ, ୧୮ ରେ ପରବର୍ତ୍ତୀ ଶୁଣାଣି

author img

By

Published : Dec 22, 2022, 6:00 PM IST

14 ଟି ହାତୀ କରିଡର ଚିହ୍ନଟ କରାଯାଇଥିବା ନେଇ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି CCF। ଏଥିସହ ହାତୀ ମୃତ୍ୟୁ ମାମଲାକୁ ଅତି ଗୁରୁତର ନେଇଛନ୍ତି ହାଇକୋର୍ଟ। ଅଧିକ ପଢନ୍ତୁ

elephant corridors identified
ହାତୀ କରିଡର ଚିହ୍ନଟ
ହାତୀ କରିଡର ଚିହ୍ନଟ

କଟକ: ହାତୀ ମୃତ୍ୟୁ ମାମଲାକୁ ଅତି ଗୁରୁତ୍ବର ସହ ନେଇଛନ୍ତି ହାଇକୋର୍ଟ । ଏହି ମାମଲାର ଶୁଣାଣି ସମୟରେ CCF ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି । 14ଟି ହାତୀ କରିଡର ଚିହ୍ନଟ କରାଯାଇଥିବା ନେଇ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି CCF । ତୁରାମ ପୂର୍ତ୍ତି ମୃତ୍ୟୁ ମାମଲାର ଚାର୍ଜସିଟ୍ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଆସନ୍ତା ଜାନୁଆରୀ ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ ।

ପୂର୍ବ ଶୁଣାଣି ସମୟରେ ପିସିସିଏଫ ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ। କାହିଁକି ହାତୀ ମୃତ୍ୟୁ ରୋକା ଯାଇପାରୁ ନାହିଁ ବୋଲି କୋର୍ଟ ପ୍ରଶ୍ନ କରିଥିଲେ। ଏଥିସହ ଗତ ୭ ତାରିଖରେ ଶିମିଳିପାଳରେ ହାତୀକୁ ମାରି ପୋଡ଼ିଦେବା ଘଟଣାକୁ ନେଇ କୋର୍ଟ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ପିସିସିଏଫ କୋର୍ଟରେ ସ୍ବୀକାର କରିଥିଲେ ଯେ ବନ କର୍ମଚାରୀମାନେ ହାତୀକୁ ମାରି ପୋଡିଛନ୍ତି । ଶିମିଳିପାଳ ହାତୀ ମୃତ୍ୟୁ ଘଟଣାରେ ବନ କର୍ମଚାରୀ ସାମିଲ ଅଛନ୍ତି । ଏନେଇ ଅଭିଯୁକ୍ତଙ୍କ ବିରୋଧରେ କାହିଁକି FIR ହୋଇନାହିଁ ବୋଲି କୋର୍ଟ ପ୍ରଶ୍ନ କରିଥିଲେ । ସେହିପରି ଜଏଣ୍ଟ ଟାସ୍କ ଫୋର୍ସ ହାତୀ ମୃତ୍ୟୁ ରୋକିବାରେ କଣ ପଦକ୍ଷେପ ନେଇଛି, ସେନେଇ ହାଇକୋର୍ଟରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ତେବେ ହାତୀଙ୍କ ସୁରକ୍ଷା ନେଇ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ମାତ୍ର କମୁନାହିଁ ହାତୀ ମୃତ୍ୟୁ । ମୃତ୍ୟୁ ଘଟଣାରେ କେତୋଟି ଫୌଜଦାରୀ ମାମଲା ରୁଜୁ କରାଯାଇଛି ଏବଂ କେତେ ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଛି ଏଥିସହ ଗିରଫ ପରେ ମାମଲାର କଣ ଅଗ୍ରଗତି କରାଯାଇଛି ସେନେଇ କୋର୍ଟ ଜାଣିବାକୁ ଚାହିଁଥିଲେ ।

ଅନ୍ୟପଟେ ରାଜ୍ୟ ସରକାର ଗଠନ କରିଥିବା ଜେ.ଟି.ଏଫ(Joint tax force-JTF)ର ଅତିରିକ୍ତ ଏସପିଙ୍କୁ ସତ୍ୟପାଠ ଦେବାକୁ କୋର୍ଟ ମଧ୍ୟ ପୂର୍ବରୁ ନିର୍ଦ୍ଧେଶ ଦେଇଥିଲେ । ସେହିପରି ହାତୀ ଶିକାର ଘଟଣାରେ ସରକାରଙ୍କ ତରଫରୁ ଗ୍ରହଣ କରାଯାଉଥିବା ପଦକ୍ଷେପକୁ ନେଇ ହାଇକୋର୍ଟ ପୂର୍ବରୁ ଅସନ୍ତୋଷବ୍ୟକ୍ତ ମଧ୍ୟ କରିଥିଲେ । ମାମଲାରେ ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍ ୱାଇଲ୍‌ଡ ଲାଇଫ୍‌) ଦାଖଲ କରିଥିବା ସତ୍ୟପାଠରେ ଗତ ୫ ବର୍ଷରେ ହାତୀ ଶିକାର ନେଇ ୧୪ଟି ମାମଲା ରୁଜୁ ହୋଇଥିବା ଦର୍ଶାଯାଇଥିଲା । ଏଥିରୁ ମାତ୍ର ଗୋଟିଏ ମାମଲାରେ ଅଦାଲତରେ ଟ୍ରାଏଲ ଆରମ୍ଭ ହୋଇଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଥିଲା । ଏହି ପ୍ରସଙ୍ଗକୁ ନେଇ ରୁଜୁ ମାମଲାଗୁଡିକର ଅଗ୍ରଗତି ସନ୍ତୋଷଜନକ ନୁହେଁ ବୋଲି ହାଇକୋର୍ଟ ପୂର୍ବରୁ କହିଥିଲେ ।

ସେହିପରି ସତ୍ୟପାଠରେ ଉଲ୍ଲେଖ କରାଯାଇଥିବା ଏହି ସବୁ ମାମଲାରେ ଗିରଫ ଅଭିଯୁକ୍ତମାନେ ଏବେ ଜେଲରେ ଅଛନ୍ତି ବା ଜାମିନ ପାଇଛନ୍ତି ସେ ନେଇ ହାଇକୋର୍ଟ ଜାଣିବାକୁ ଚାହିଁଥିଲେ । କିନ୍ତୁ ଅଭିଯୁକ୍ତଙ୍କ ଜାମିନ ପ୍ରସଙ୍ଗରେ ରାଜ୍ୟ ସରକାର ଜବାବ ରଖି ପାରି ନଥିଲେ। ଏଥି ସହିତ ଗୁଳିମାଡରେ ହାତୀ ମୃତ୍ୟୁ ମାମଲାରେ ବେଆଇନ ବନ୍ଧୁକ ବ୍ୟବହାର ହେଉଥିଲେ ମଧ୍ୟ ଆର୍ମସ୍ ଆକ୍ଟରେ କାହିଁକି ଗୋଟିଏ ବି ମାମଲା ରୁଜୁ ହୋଇ ନାହିଁ ସେ ନେଇ ମଧ୍ୟ ବନ ବିଭାଗ ତରଫରୁ କୌଣସି ସନ୍ତୋଷଜନକ ଜବାବ ମିଳି ନଥିଲା।

ତେବେ ଏଭଳି ସ୍ଥିତିରେ ହାଇକୋର୍ଟ କହିଥିଲେ ଯେ ରାଜ୍ୟରେ ବିଗତ କିଛି ଦିନରେ ହାତୀ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଚିନ୍ତାଜନକ ବିଷୟ। ପରିସ୍ଥିତିର ମୁକାବିଲା ପାଇଁ ପଦକ୍ଷେପ ନିଆଯିବା ଉଚିତ। ବହୁ କ୍ଷେତ୍ରରେ ବନ୍ଧୁକ ଗୁଳିରେ ହାତୀ ମୃତାହତ ହେଉଥିବା ଦେଖା ଯାଉଥିବା ବେଳେ ଆଶ୍ଚର୍ଯ୍ୟଜନକ ଭାବେ ଆର୍ମସ୍ ଆକ୍ଟ କିନ୍ତୁ ମାମଲାରେ ପ୍ରୟୋଗ କରାଯାଉ ନାହିଁ ବୋଲି ହାଇକୋର୍ଟ କହିଥିଲେ। ବନ୍ୟପ୍ରାଣୀ ସୁରକ୍ଷା ଆଇନ ଏବଂ ଆର୍ମସ୍ ଆକ୍ଟ ସମେତ ଅନ୍ୟ ଆଇନ କଡ଼ାକଡ଼ି କାର୍ଯ୍ୟକାରୀ ପାଇଁ ଆଇନ କାର୍ଯ୍ୟକାରୀ ବ୍ୟବସ୍ଥାକୁ ସକ୍ରିୟ କରିବାକୁ ଉଦ୍ୟମ କରାଯିବା ଆବଶ୍ୟକ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଅଗଷ୍ଟ ୬ରେ ପିସିସିଏଫଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ଗଲା ୫ ବର୍ଷରେ ଆଠଗଡ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବୌଦ୍ଧ, ଘୁମୁସର(ଉତ୍ତର) ଡିଭିଜନରେ ବେଆଇନ ହାତୀ ଶିକାର କରାଯାଇଥିବା ଦର୍ଶାଯାଇଥିଲା । ୨୦୧୮ରୁ ୨୦୨୨ ମଧ୍ୟରେ ୧୪ଟି ମାମଲା ରୁଜୁ କରାଯାଇ ୨୯ ଜଣଙ୍କୁ ଗିରଫ କରାଯାଇଛି ବୋଲି ଉଲ୍ଲେଖ କରାଯାଇଥିଲା । ଏଠାରେ ସୂଚନା ଯୋଗ୍ୟ ଯେ ଜୁଲାଇ ୨୫ରେ ହାଇକୋର୍ଟ ଏ ସମ୍ପର୍କିତ ମାମଲାର ଶୁଣାଣି କରି ପିସିସିଏଫଙ୍କୁ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଗତ ୫ ବର୍ଷରେ ପ୍ରତ୍ୟେକ ହାତୀ ଶିକାର ଘଟଣାର ବିସ୍ତୃତ ବିବରଣୀ ସତ୍ୟପାଠରେ ଦେବା ପାଇଁ ହାଇକୋର୍ଟ କହିଥିଲେ। ହାତୀ ଶିକାର ଘଟଣାର ସ୍ଥାନ ବା ଅଞ୍ଚଳ, ଗ୍ରହଣ କରାଯାଇଥିବା ପଦକ୍ଷେପ ଯଥା ଏତଲା ପଞ୍ଜୀକରଣ, ସନ୍ଦିଗ୍ଧଙ୍କ ତାଲିକା, ଗିରଫ ଅଭିଯୁକ୍ତଙ୍କ ବିବରଣୀ, ଦାଖଲ କରାଯାଇଥିବା ଚାର୍ଜସିଟ, କେଉଁ ଅଦାଲତରେ ମାମଲା ବିଚାରାଧୀନ ରହିଛି, ଟ୍ରାଏଲର ଷ୍ଟାଟସ୍, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଥିବା ମାମଲା ସଂକ୍ରାନ୍ତରେ ତଥ୍ୟ ଦାଖଲ ପାଇଁ ହାଇକୋର୍ଟ କହିଥିଲେ । ଏହା ସହିତ ୱାଇଲ୍ଡ ଲାଇଫ କ୍ରାଇମ ସେଲ୍ ପ୍ରସଙ୍ଗରେ ମଧ୍ୟ ତଥ୍ୟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.