କଟକ: ଟୀକାକରଣ କେନ୍ଦ୍ରକୁ ଆସିପାରୁ ନ ଥିବା ଲୋକଙ୍କ ପାଇଁ ଟିକା ଯୋଗାଇବା ପ୍ରସଙ୍ଗ ଉପରେ ହାଇକୋର୍ଟରେ ଦାୟର ମାମଲାର ଶୁଣାଣି ହୋଇଛି । ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ସତ୍ୟପାଠ ଦାଖଲ କରାଯାଇଛି ।
ଏଥିପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିବେ ବୋଲି ସତ୍ୟପାଠରେ କେନ୍ଦ୍ର ସରକାର ଉଲ୍ଲେଖ କରିଛନ୍ତି । ମାମଲାର ଶୁଣାଣି କରି ହାଇକୋର୍ଟ ଏକ ସପ୍ତାହ ମଧ୍ୟରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ମେ 31 ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ