ETV Bharat / state

ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର - ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ଖୁସି ଖବର

ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର । ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠ ଦେଇଥିବା ନିର୍ଦ୍ଦେଶକୁ କାୟମ ରଖିଲେ ଦୁଇ ଜଣିଆ ଖଣ୍ଡପୀଠ । ଅଧିକ ପଢନ୍ତୁ

ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର
ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର
author img

By

Published : Apr 12, 2023, 12:06 PM IST

Updated : Apr 13, 2023, 7:53 AM IST

ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର

କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ଖୁସି ଖବର । ନିୟମିତ ହେବେ ରାଜ୍ୟର ବିଭିନ୍ନ ତହସିଲରେ କାର୍ଯ୍ୟରତ ଠିକା ଡାଟା ଏଣ୍ଟ୍ରି ଅପରେଟର । ହାଇକୋର୍ଟଙ୍କ ଜଣିକିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଦେଇଥିବା ନିର୍ଦ୍ଦେଶକୁ କାୟମ ରଖିଛନ୍ତି ଦୁଇ ଜଣିଆ ଖଣ୍ଡପୀଠ । ତେବେ ହାଇକୋର୍ଟଙ୍କ ଜଣିକିଆ ବିଚାରପତିଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ରାଜ୍ୟ ସରକାର ଦୁଇ ଜଣିଆ ଖଣ୍ଡପୀଠରେ ଆବେଦନ କରିଥିଲେ । କୋର୍ଟ ଏହି ମାମଲାର ଶୁଣାଣି କରି ଆଜି ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି । ଫଳରେ ରାଜ୍ୟର ବିଭିନ୍ନ ତହସିଲରେ କାର୍ଯ୍ୟରତ ଠିକା ଡାଟା ଅପରେଟରଙ୍କୁ ଆଶ୍ବସ୍ତି ମିଳିଛି ।

କାର୍ଯ୍ୟରତ ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଓଡ଼ିଶା ହାଇକୋର୍ଟ । ହାଇକୋର୍ଟର ଜଣିକିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାରେ ଶୁଣାଣି କରି ତିନି ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଲୋକସେବା ଭବନ, ଲୋକାଲ ଫଣ୍ଡ ଅଡିଟ ନିର୍ଦ୍ଦେଶାଳୟ, ଗୋପବନ୍ଧୁ ଏକାଡେମୀ, ବିଭିନ୍ନ ସବ ରେଜିଷ୍ଟ୍ରାର କାର୍ଯ୍ୟାଳୟ ଗୁଡିକରେ କାର୍ଯ୍ୟରତ ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟ ଏହି ନିର୍ଦ୍ଦେଶନାମାରେ କହିଥିଲେ । ଆଗାମୀ ତିନି ମାସ ମଧ୍ୟରେ ଏହି ଆଉଟ ସୋର୍ସିଂ ଦ୍ୱାରା ନିୟୋଜିତ ଠିକା କର୍ମଚାରୀଙ୍କୁ ନିୟମିତ କରି ରାଜ୍ୟ ସରକାରଙ୍କ ସମସ୍ତ ସୁବିଧା ସୁଯୋଗ ଯୋଗାଇବାକୁ କୋର୍ଟ ତାଙ୍କ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରିଥିଲେ ।

ଏହାମଧ୍ୟ ପଢନ୍ତୁ: ପ୍ରଭାତ ବିଶ୍ୱାଳଙ୍କୁ ହାଇକୋର୍ଟଙ୍କ ଝଟକା, ବର୍ଷକ ଭିତରେ ଟ୍ରାଏଲ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

୨୦୦୬ ମସିହା ଠାରୁ ବିଭିନ୍ନ ବିଭାଗରେ ଅନେକ ଆଉଟ ସୋର୍ସିଂ ଦ୍ୱାରା ଠିକା କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିଲା । କିନ୍ତୁ ସେମାନେ କୌଣସି ସରକାରୀ ସୁବିଧା ସୁଯୋଗ ପାଉନଥିଲେ । ତେବେ ରଶ୍ମୀ ରେଖା ଦାସଙ୍କ ସମେତ ଏକାଧିକ ଆବେଦନକାରୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇ ନିୟମିତ କରିବା ପାଇଁ ମାମଲା ଦାୟର କରିଥିଲେ । ହାଇକୋର୍ଟ ଏହି ଆବେଦନର ଶୁଣାଣି କରି ନିୟମିତ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତେବେ ହାଇକୋର୍ଟଙ୍କ ଏହି ରାୟ ଯୋଗୁଁ ପ୍ରାୟ ୬୦୦ରୁ ଊର୍ଦ୍ଧ୍ଵ ଠିକା ଡାଟା ଏଣ୍ଟ୍ରି ଅପରେଟର ଉପକୃତ ହେବେ ବୋଲି ଜଣାପଡିଛି ।

ଏହାମଧ୍ୟ ପଢନ୍ତୁ: ଫଳ ଚାଷକୁ ପ୍ରୋତ୍ସାହନ, ଆଦିବାସୀ ଚାଷୀଙ୍କୁ ଦୀର୍ଘସ୍ଥାୟୀ ଜୀବିକା

ଏହାମଧ୍ୟ ପଢନ୍ତୁ: ରାଷ୍ଟ୍ରପତିଙ୍କ ଜନ୍ମମାଟିରେ ମିଶନ ସୌରାୟନର ଶୁଭାରମ୍ଭ

ଇଟିଭି ଭାରତ, କଟକ

Last Updated : Apr 13, 2023, 7:53 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.