ETV Bharat / state

ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ - ଜଷ୍ଟିସ ଶୁଭାଶିଷ ତାଳପତ୍ର

ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପତୀ ମୁର୍ମୁ ଭାରତର ପ୍ରଧାନବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ସହ ପରାମର୍ଶ କରି ଶୁଭାଶିଷ ତାଳପତ୍ରଙ୍କୁ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି । ଅଧିକ ପଢନ୍ତୁ

New chief justice of odisha highcourt
ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି
author img

By

Published : Jul 21, 2023, 8:33 AM IST

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ବରିଷ୍ଠ ବିଚାରପତି ଭାବେ ବର୍ତ୍ତମାନ ସେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ବିଚାରପତି ଅଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନବିଚାରପତିଙ୍କ ସହ ପରାମର୍ଶ କରି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଛନ୍ତି । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟରେ ଥିବା ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଏସ ମୁରଲୀଧରଙ୍କ ଅଗଷ୍ଟ 7ରେ କାର୍ଯ୍ୟକାଳ ଶେଷ ହେବା ପରେ ଜଷ୍ଟିସ ଶୁଭାଶିଷ ତାଳପତ୍ର ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ଏନେଇ ଭାରତୀୟ ଆଇନ ମନ୍ତ୍ରାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

ଜଷ୍ଟିସ ଶୁଭାଶିଷ ତାଳପାତ୍ରଙ୍କ ନାମକୁ ସୁପ୍ରିମକୋର୍ଟଙ୍କ କଲିଜିୟମ ସୁପାରିସ କରିଥିଲେ । ଜୁନ ୧୦, ୨୦୨୨ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭା‌ଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧, ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧, ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।

୨୦୧୩, ସେପ୍ଟେମ୍ବର ୧୩ରେ ତ୍ରିପୁରା ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁକା ହାଇକୋର୍ଟକୁ ବଦଳି ହୋଇଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ । ଏହାପରେ 2022 ଜୁନ 10 ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଅଛନ୍ତି । ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅବସର ନେବା ପରେ ତାଙ୍କ ସ୍ଥାନରେ ସେ ଅବସ୍ଥାପିତ ହେବେ ।

ଏହା ବି ପଢନ୍ତୁ...ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ଓଡିଶା ହାଇକୋର୍ଟ ବ୍ୟତୀତ ଅନ୍ୟ 6ଟି ହାଇକୋର୍ଟ ପାଇଁ ନୂଆ ବିଚାରପତିଙ୍କ ନାମ ସୁପାରିସ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ । କେରଳ, ମଣିପୁର, ଗୁଜୁରାଟ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ ଓ ବମ୍ବେ ହାଇକୋର୍ଟ ପାଇଁ ମୁଖ୍ୟ ବିଚାରପତିଙ୍କ ନାମ ସୁପାରିସ ହୋଇଥିଲା । ଗତକାଲି (ଗୁରୁବାର) ଓଡିଶା ସମେତ ତେଲେଙ୍ଗାନା, ଗୁଜୁରାଟ ଓ କେରଳର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଛନ୍ତି । ସୁନିତା ଅଗ୍ରୱାଲ ଗୁଜୁରାଟ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଥିବା ବେଳେ ଜଷ୍ଟିସ ଆଲୋକ ଆରଧେ ତେଲେଙ୍ଗାନା ହାଇକୋର୍ଟ ମୁଖ୍ୟ ବିଚାରପତି, ଜଷ୍ଟିସ ଆଶିଷ ଜିତେନ୍ଦ୍ର ଦେଶାଇଙ୍କୁ କେରଳ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନଯୁକ୍ତି ମିଳିଛି ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.