ETV Bharat / state

ମାଣବସା ଶେଷ ଗୁରୁବାର, ପୁରପଲ୍ଲୀରେ ଚାଲିଛି ଲକ୍ଷ୍ମୀଙ୍କ ପୂଜା - ମାଣବସାରେ ମା’ ଲକ୍ଷ୍ମୀଙ୍କ ପୂଜା

ଆଜି ହେଉଛି ମାଣବସା ଗୁରୁବାରର ଶେଷ ପାଳି । ଏନେଇ ପୁରପଲ୍ଲୀରେ ଆରମ୍ଭ ହୋଇଯାଇଛି ମା’ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା। ଆଜି ସଧବା ନାରୀମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମା’ଙ୍କୁ ଆବାହନ କରିଥାନ୍ତି । ଅଧିକ ପଢନ୍ତୁ

ଆଜି ମାଣବସା ଶେଷ ଗୁରୁବାର, ପୁରପଲ୍ଲୀରେ ପାଳିତ ହେଉଛି ମା’ ଲକ୍ଷ୍ମୀଙ୍କ ପୂଜା

author img

By

Published : Dec 16, 2021, 2:06 PM IST

ନିଆଳି: ଓଡିଶା ହେଉଛି ଜାଗନ୍ନାଥଙ୍କ ରାଜ୍ୟ । ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାଣବସା ଗୁରୁବାରର ଶେଷ ପାଳି । ଏନେଇ ପୁରପଲ୍ଲୀରେ ଆରମ୍ଭ ହୋଇଯାଇଛି ମା’ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା। କଟକ ଜିଲ୍ଲା ନିଆଳି, କଣ୍ଟାପଡ଼ା, ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ଓ ବାଲିପାଟଣା ଅଞ୍ଚଳରେ ପାଳିତ ହେଉଛି ମା’ଙ୍କ ପୂଜା। ଧନଦାତ୍ରୀ ମା’ ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମା’ଙ୍କୁ ଆବାହନ କରିଥାନ୍ତି । ଏଥିପାଇଁ ଗାଁଠୁ ସହର ଚାରିଆଡେ ଉତ୍ସବର ପରିବେଶ । ପୁରାଣରେ ବର୍ଣ୍ଣିତ ଅଛି, ମା’ଙ୍କର ଟିକେ କୃପା ମିଳିଲେ ଗରିବ ଧନୀ ହୋଇଯାଏ । ଏଥିପାଇଁ ସଧବା ନାରୀ ନିଷ୍ଠାର ସହ ଏହି ବ୍ରତ କରିଥାନ୍ତି । ଏ ପୂଜାରେ ଜାତି, ଅଜାତି ନଥାଏ । ବ୍ରାହ୍ମଣଠାରୁ ଚଣ୍ଡାଳ ପର୍ଯ୍ୟନ୍ତ ସବୁ ଓଡ଼ିଆଙ୍କ ଘରେ ପାଳନ କରାଯାଏ ଏହି ପର୍ବ । ମାର୍ଗଶୀର ମାସ ମାଣବସା ଗୁରୁବାର ୪ ବା ୫ ପାଳି ହୋଇଥାଏ।

ଆଜି ମାଣବସା ଶେଷ ଗୁରୁବାର, ପୁରପଲ୍ଲୀରେ ପାଳିତ ହେଉଛି ମା’ ଲକ୍ଷ୍ମୀଙ୍କ ପୂଜା

ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ବାର ଲିପାପୋଛା କରି ଝୋଟି ଚିତା ପକାଇଥାନ୍ତି । ଘରର ପ୍ରତ୍ୟକ ଦୁଆର, ଅଗଣା, କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ବାରା ସଜାଯାଇଥାଏ । ଏହି ପୂଜାରେ ମଣ୍ଡା ପିଠା ତିଆରି କରାଯାଇ ଭୋଗ କରାଯାଏ । ମା’ଙ୍କୁ ଧୂପ, ଦୀପ, ନୌବେଦ୍ୟ ସହ ବାଳଭୋଗରେ ଛେନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ତେବେ ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜାଯାଏ ।

ପୌରାଣିକ କଥାବସ୍ତୁ ଅନୁଯାୟୀ, ଏକଦା ମାଣବସା ଗୁରୁବାର ଦିନ ମା’ ଲକ୍ଷ୍ମୀ ସ୍ବାମୀଙ୍କ ଠାରୁ ଅନୁମତି ନେଇ ନଗର ପରିଭ୍ରମଣରେ ବାହାରି ଗଲେ। ବ୍ରାହ୍ମଣୀ ରୂପରେ ସେ ଘର ଘର ବୁଲିଲେ । ଅନେକ ସ୍ଥାନ ବୁଲିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ବାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମନ୍ତ୍ରମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ସେକାଳରେ ସମାଜରେ ଛୁଆଁ ଅଛୁଆଁ ଭେଦଭାବ ରହିଥିଲା। ଏହା ଦେଖିପ୍ରଭୁ ବଳରାମ କୋପ ପ୍ରକାଶ କଲେ । ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ବାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ପରେ ଅପମାନିତ ହୋଇ ମାଆ ମଧ୍ୟ ମନ୍ଦିରରୁ ବାହାରି ଗଲେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ବିଶ୍ବକର୍ମା ଆଉ ଏକ ପ୍ରାସାଦ ଗଢ଼ିଦେଲେ । ତାଳ ବେତାଳଙ୍କୁ ଡକାଇ ମାଆ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ଶ୍ରୀମନ୍ଦିରକୁ ଶ୍ରୀହୀନ କରିଦେଲେ ।

ଏପଟେ ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମୁରବିଙ୍କୁ ଭେଟିବାକୁ ଚାହିଁଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ। ଶୁଚିଶୁଦ୍ଧ ଲୋକର ଦ୍ବାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।

ନିଆଳିରୁ ଉମେଶ ଚନ୍ଦ୍ର ମଲ୍ଲିକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.