କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୪୭ ଟି ମାମଲା ରୁଜୁ କରାଯାଇଛି। ଗତ ମାର୍ଚ୍ଚ ୨୪ ତାରିଖରୁ ଅଗଷ୍ଟ 25 ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି( ସୋମବାର) ସକାଳୁ ଆଜି ସକାଳ ଅର୍ଥାତ୍ 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଥାନାରେ ୧୦ ଟି ମାମଲା ରୁଜୁ କରାଯାଇଛି।
ଏହି ୧୦ ଟି ମାମଲା ମଧ୍ୟରୁ ସମସ୍ତ ୧୦ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ