କଟକ: ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୬୮ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ବୁଧବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୭ ଟି ମାମଲା ରୁଜୁ କରାଯାଇଛି । ଏହି ୭ ଟି ମାମଲା ମଧ୍ୟରୁ ୬ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ