କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୧୧ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୧ ଟି ମାମଲା ରୁଜୁ କରାଯାଇଛି । ଏହି ୧୧ ଟି ମାମଲା ମଧ୍ୟରୁ ୯ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିଲା ବେଳେ ଗୋଟିଏ ମାମଲା ହୋମକ୍ୱାରଣ୍ଟାଇନ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ