କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୮୫୮ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଶନିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୮ ଟି ମାମଲା ରୁଜୁ କରାଯାଇଛି । ଏହି ୧୮ ଟି ମାମଲା ମଧ୍ୟରୁ ୧୬ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ୱାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ