ETV Bharat / state

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୩ ମାମଲା ରୁଜୁ

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲାରେ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୨୩ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପର୍ଣ୍ଣ ଖବର...

ତାଲାବନ୍ଦ ନିୟମ ଉଲଙ୍ଘନ ମାମଲା, ୨୪ ଘଣ୍ଟାରେ ୨୩ ଟି ମାମଲା ରୁଜୁ

author img

By

Published : Jul 5, 2020, 10:40 PM IST

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୭୫୧ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରବିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୩ ଟି ମାମଲା ରୁଜୁ କରାଯାଇଛି । ଏହି ୨୩ ଟି ମାମଲା ମଧ୍ୟରୁ ୧୮ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ୨ ଟି ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ୩ ଟି ମାମଲା ଅନ୍ୟାନ୍ୟ ମାମଲା ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.