କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଶୁକ୍ରବାର ପର୍ଯ୍ୟନ୍ତ ମୋଟ ୭୪୬୩ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗୁରୁବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୩ ଟି ମାମଲା ରୁଜୁ କରାଯାଇଛି । ଏହା କେବଳ ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ