କଟକ: ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫,୮୪୪ ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଏପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୬ ଟି ମାମଲା ରୁଜୁ କରାଯାଇଛି । ଏହି ୨୬ଟି ମାମଲା ମଧ୍ୟରୁ ୨୫ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ ହୋଇଥିବାବେଳେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ